ହକି ତାରକା ଅମିତଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

Reporterspen

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭାରତୀୟ ହକି ଦଳ ର ଓଡ଼ିଆ ଖେଳାଳୀ ଅମିତ ରୋହିଦାସଙ୍କୁ ଆଜି ବିରୋଧୀ ଦଳନେତା ନବୀନ ପଟନାୟକ ନବୀନ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି। ଅମିତଙ୍କୁ ରୁପା ତାରାକାସି କାମର ରଥା ରୁଢ଼ ଜଗନ୍ନାଥ, ବଲଭଦ୍ର ଓ ସୁଭଦ୍ରା ଙ୍କ ପ୍ରତିମୂର୍ତ୍ତି ଏବଂ ଉତ୍ତରୀୟ ଶ୍ରୀ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ।

ଅମିତଙ୍କୁ ଓଡିଶାର ଗର୍ବ ଭାବରେ ଶ୍ରୀ ପଟନାୟକ ବର୍ଣ୍ଣନା କରିବା ସହ ଯୁବ ପିଢ଼ି କୁ ତାଙ୍କର ସଫଳତା ପ୍ରେରଣା ଦେଇଚାଲିବ ବୋଲି କହିଥିଲେ।  ଓଡିଶା ଭାରତୀୟ ହକି ଦଳ କୁ ପ୍ରାୟୋଜିତ କରିବା ପରେ ଲଗାତାର ଦୁଇଟି ଅଲିମ୍ପିକରେ ଦଳ ଦୁଇ ଦୁଇ ଟି ବ୍ରୋଂଜ଼ ପଦକ ପାଇ ଦେଶ ର ଗୌରବ ବୃଦ୍ଧି କରିଥିବାରୁ ଶ୍ରୀ ପଟ୍ଟନାୟକ ଅମିତ ଙ୍କୁ ଓ ଭାରତୀୟ ହକି ଦଳ କୁ ଅଭିନନ୍ଦନ ଜଣାଇ ଥିଲେ।  ଆଗାମୀ ଲସଏଞ୍ଜେଲସ ଅଲିମ୍ପିକରେ ଭାରତୀୟ ଦଳ ଆହୁରି ଭଲ ପ୍ରଦର୍ଶନ କରି ସୁନା ପଦକ ଜିତିବ ବୋଲି ଶ୍ରୀ ପଟ୍ଟନାୟକ ଦୃଢ଼ ଆଶା ବ୍ୟକ୍ତ କରିଥିଲେ।

ସମ୍ବର୍ଦ୍ଧନା ପାଇଁ ଧନ୍ୟବାଦ ଜଣାଇବା ନବୀନ ପଟ୍ଟନାୟକଙ୍କୁ ପ୍ୟାରିସ ଅଲିମ୍ପିକର mascot ପ୍ରଦାନ କରିବା ସହ ଭାରତୀୟ ହକି ଦଳର ଏହି ସଫଳତାରେ ନବୀନ ପଟ୍ଟନାୟକଙ୍କ ପ୍ରୋତ୍ସାହନ ପାଇଁ ଦଳ ପକ୍ଷରୁ ଅମିତ ତାଙ୍କୁ କୃତଜ୍ଞତା ଜଣାଇଥିଲେ।


Reporterspen