Horoscope: ବୃହସ୍ପତି ଗୋଚର; ୫ରାଶିଙ୍କ ଭାଗ୍ୟ ଚମକିବ, ଆସନ୍ତୁ ଜାଣିବା

Reporterspen

Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ବିବାହ, ଦାନ , ଧର୍ମ ଓ ସନ୍ତାନର କାରକ ବୋଲି ବିବେଚନା କରାଯାଏ। ଏହି  କ୍ରମରେ ଦେବଗୁରୁ ବୃହସ୍ପତି ବର୍ତ୍ତମାନ ବୃଷ ରାଶିରେ ବିରାଜମାନ ଥିବା ବେଳେ ଧନୁ ରାଶିରେ ଜୁନ୍ ୧୨ , ସଂନ୍ଧ୍ୟା ୭ଟା ୫୬ ମିନିଟ୍ ସମୟରେ ଉଦୟ ବା ଗୋଚର କରିବେ। ଏହି ରାଶିରେ ଜୁଲାଇ ୯ ପର୍ଯ୍ୟନ୍ତ ବିରାଜମାନ ରହିବ। ଯଦି ଜାତକରେ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ଅମାପ ଧନ ସମ୍ପତ୍ତିର ଅଧିକାରୀ ହେବା ସହିତ କ୍ୟାରିୟରରେ ସଫଳତା ହାସଲ୍ କରିଥାଏ। ତେବେ, ଆସନ୍ତୁ ଜାଣିବା ବୃହସ୍ପତିଙ୍କ କୃପାରୁ କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି। …

କର୍କଟ: ଦେବଗୁରୁ ବୃହସ୍ପତିଙ୍କ ଉଦୟ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଶୁଭ ରହିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି କମ୍ପାନୀରୁ ଚାକିରି ନେଇ ଅଫର ମିଳିବ। ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଏ-ହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ପ୍ରଚୁର ଲାଭ ପାଇବେ। ବିଦେଶରେ ଉଚ୍ଚ ଶିକ୍ଷା ପାଇଁ ସ୍ବପ୍ନ ଦେଖୁଥିବା ଆଶାୟୀଙ୍କ ଆଶା ପୂରଣ ହେବ।  ନୂଆ ଘର ଓ ଗାଡି଼ କିଣିବାର ଆଶା ପୂରଣ ହେବ। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ। ସ୍ବାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ।

ଧନୁ:  ବୃହସ୍ପତିଙ୍କ ରାଶି ପରିବର୍ତ୍ତନ ଧନୁ ରାଶିର ବ୍ୟକ୍ତି ବିଶେଷଙ୍କୁ ମାଲାମାଲ୍ କରିବ। ଆର୍ଥିକ ସ୍ଥିତି ମଜବୁତ୍ ହେବ। ଧାର-କରଜ ଆଣିଥିହା ଟଙ୍କାକୁ ସୁଝିବାରେ ସଫଳ ହେବେ। ପରିବାର ସଦସ୍ୟ ଓ ସମ୍ପର୍କୀୟଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ନୂଆ ଘର କିଣିବାର ସ୍ବପ୍ନ ସାକାର ହେବ। କର୍ମକ୍ଷତ୍ରେରେ କଠିନ ପରିଶ୍ରମର ଫଳ ପାଇବେ। ପଦୋନ୍ନତି ହେବା ସହିତ ଦରମା ବଢିବ। ବ୍ୟବସାୟୀମାନେ ଦୂରଯାତ୍ରା କରିବେ। ବଡ ଡିଲ୍ ବ୍ୟବସାୟରେ ଫାଇନାଲ୍ ହେବ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ନିଜ ପରିବାର ସହ ଭଲ ସମୟ ଅତିବାହିତ କରିବେ। ଧାର୍ମିକ ସ୍ଥଳ ଯାତ୍ରା କରିବେ। ଘରେ କୌଣସି ପ୍ରକାର ଶୁଭ କାର୍ଯ୍ୟ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମୀନ: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ। ବିଦେଶରେ ଚାଲିଥିବା ବାଣିଜ୍ୟ-ବ୍ୟବସାୟରୁ ଅଧିକ ଲାଭ ପାଇବେ।  ଯେଉଁମାନେ କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ପରୀକ୍ଷାରେ ଭଲ  ରେଜଲ୍ଟ ପାଇବେ। ସରକାରୀ ଚାକିରିଆଙ୍କ ପାଇଁ ସମୟ ଶୁଭ ରହିବ। ପଦୋନ୍ନତି ମିଳିବା ସହିତ ମନ ପସନ୍ଦର ସ୍ଥାନକୁ ଟ୍ରାନ୍ସଫର ହେବ। ଲଟେରୀରୁ ଲାଭବାନ୍ ହେବେ। ପ୍ରେମ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବ। ପିତାମାତାଙ୍କ ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ମନୋମାଳିନ୍ୟ ଦୂର ହେବ।

କୁମ୍ଭ: ବୃହସ୍ପତିଙ୍କ ଶୁଭଦୃଷ୍ଟି ଏହି ରାଶି ଉପରେ ରହିବ। ପ୍ରତ୍ୟକ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ଲାଗି ରହିଥିବା ଅସ୍ଥିରତା ଦୂର ହେବ। ନିଜ ପ୍ରତିଦ୍ବନ୍ଦୀ ବ୍ୟବସାୟୀଙ୍କୁ ପଛରେ ପକାଇବାରେ ସଫଳ ହେବେ। ଯେଉଁମାନେ ପୁଞ୍ଚି ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କଲେ ଭଲ ଲାଭ ପାଇବେ। ସରକାରୀ ଚାକିରି ପାଇଁ ସ୍ବପ୍ନ ଦେଖୁଥିବା ଆଶାୟୀଙ୍କ ଆଶା ପୂରା ହେବ। ନିଜ ପରିବାର ସହ ଦୂରଯାତ୍ରା କରିବେ। ପ୍ରେମୀମାନେ ନିଜ ସାଥୀଙ୍କ ସହିତ କ୍ବାଲିଟି ଟାଇମ୍ ଅତିବାହିତ କରିବେ।

ବିଛା:  ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ବିଶେଷକରି, କ୍ୟାରିୟରକୁ ନେଇ ଲାଗି ରହିଥିବା ଅସ୍ଥିରତା ଦୂର ହେବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ବଦଳାଇବାକୁ ଚେଷ୍ଟା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଚେଷ୍ଟା ଜାରି ରଖନ୍ତୁ । ସଫଳତା ନିଶ୍ଚୟ ପାଇବେ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ରିୟଲି-ଇ-ଷ୍ଟେଟ୍ ବ୍ୟବସାୟରେ ଜଡି଼ତ ଥିବା ଲୋକେ ନୂଆ ପ୍ରୋଜେକ୍ଟ ପାଇବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହବ। ପରିବାର ସହ ଭଲ ସମୟ ବିତେଇବେ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ। ପ୍ରେମୀମାନେ ନିଜ ମନ ପସନ୍ଦର ସାଥୀଙ୍କୁ ବିବାହ କରିବାର ଯୋଗ ଫିଟିବ।

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)


Reporterspen
!-- afp header code starts here -->