Astrology: ଲକ୍ଷ୍ମୀ ନାରାୟଣ ଯୋଗ ପ୍ରଭାବରୁ ତିନି ରାଶି ଉପରେ ହେବ ଧନ ବର୍ଷା!

Reporterspen

Astrology:ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଗ୍ରହମାନଙ୍କର ରାଜକୁମାର ବୁଧ ଆଜି ୧୧ ଟା ୨୫ ମିନିଟ୍ ସମୟରେ ତୁଳା ରାଶିକୁ ଚଳନ କରିଛନ୍ତି। ମହା-ସପ୍ତମୀରେ ବୁଧଙ୍କ ଚଳନ ଲକ୍ଷ୍ମୀ ନାରାୟଣ ଯୋଗ ସୃଷ୍ଟି କରୁଛି। ତେବେ, ଏହି ଲକ୍ଷ୍ମୀ ନାରାୟଣ ଯୋଗ କିଛି ରାଶିଙ୍କ ପାଇଁ ବେଶ୍ ଶୁଭ ରହିବ। ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବା ସହ ଚାକିରି ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ। ତେବେ, ଆସନ୍ତୁ ଜାଣିବା ସେହି ରାଶି ଗୁଡିକ ବିଷୟରେ…

ମେଷ: ଲକ୍ଷ୍ମୀ ନାରାୟଣ ଯୋଗ ଏହି ରାଶି ପାଇଁ ବେଶ୍ ଶୁଭ ରହିବ।  ପ୍ରତ୍ୟକ କାର୍ଯ୍ୟରେ ସଫଳତା ପ୍ରାପ୍ତ କରିବେ। ବିଶେଷକରି, ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ। ପଦୋନ୍ନତି ସହ ଦରମାରେ ବୃଦ୍ଧି ଘଟିବ। ବେକାରିଙ୍କୁ ଭଲ ନିଯୁକ୍ତି ମିଳିବ। ବ୍ୟବସାୟୀମାନେ ପୁରୁଣା ବିନିଯୋଗରୁ ଲାଭ ପାଇବେ।  ରାଜନୈତିକ ବ୍ୟକ୍ତି ବିଶେଷମାନେ ଦଳ ପକ୍ଷରୁ କୌଣସି ବଡ଼ ପଦବୀ ଓ ଦାୟିତ୍ବ ମିଳିବ। ସମାଜରେ ମାନ ସମ୍ମାନ ବୃଦ୍ଧି ହେବ। ହେଲେ ସ୍ବାସ୍ଥ୍ୟ ଜନିତ ସମସ୍ୟା ଲାଗି ରହିବ। ଗାଡି଼ ଚାଳନା ବେଳେ ସତର୍କତା ଅବଲମ୍ବନ କରିବା ଜରୁରୀ।

ବୃଷ: ଲକ୍ଷ୍ମୀ ନାରାୟଣ ଯୋଗ ଏହି ରାଶିର ଲୋକଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆଣିବ।  ବିଶେଷକରି,  ଦିର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାରୁ ମୁକ୍ତି ମିଳିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ଅଧିକାରୀଙ୍କ ଠାରୁ ସମସ୍ତ କାର୍ଯ୍ୟରେ ପୂର୍ଣ୍ଣ ସମର୍ଥନ ପାଇବେ।  ଦିର୍ଘ ଦିନଧରି ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ସେୟାର ମାର୍କେଟ୍ ରୁ ଲାଭବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ।

ସିଂହ:  ଏହି ରାଶିର ଲୋକଙ୍କ ପାଇଁ ବେଶ୍ ଲାଭଦାୟୀ ରହିବ ଲକ୍ଷ୍ମୀ ନାରାୟଣ ଯୋଗ।  ବିଶେଷକରି, ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ।   ଧାର ଓ କରଜ ଆଣିଥିବା ଋଣକୁ ପରିଶୋଧ କରିବାରେ ସଫଳ ହେବେ।  ଆର୍ଥିକ ସ୍ଥିତିରେ ସୁଧାର ଆସିବ। ହେଲେ ପ୍ରେମୀମାନଙ୍କ ପାଇଁ ସମୟ ଆଦୌ ଭଲ ରହିବ ନାହିଁ। ନିଜ ସାଥୀଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ । ନୂଆକରି ବିବାହ କରିଥିବା ଲୋକେ ସନ୍ତାନ ପ୍ରାପ୍ତି ନେଇ ଖୁସି ଖବର ପାଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ।

(Disclaimer: ଏହି ଖବର କେବଳ ସୂଚନା ପ୍ରଦାନ ପାଇଁ। ଯଦି କୌଣସି ଟିପ୍ସକୁ ଆପଣାଉଛନ୍ତି ତେବେ ଏହା ପୂର୍ବରୁ କୌଣସି ଜ୍ୟୋତିଷଙ୍କ ପରାମର୍ଶ ନିଅନ୍ତୁ।)


Reporterspen