ଭୁବନେଶ୍ୱର, (ରିପୋଟର୍ସ ପେନ୍): ଆସନ୍ତା କାଲିଠାରୁ ବିଜେପି ପକ୍ଷରୁ ପୁରୀରେ ଦୁଇ ଦିନିଆ (୧୯ ଓ ୨୦) ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଉଦଘାଟନ କରିବା କାର୍ଯର୍୍ୟକ୍ରମ ରହିଛି ବୋଲି ଦଳ ପକ୍ଷରୁ କୁହାଯାଇଛି ।
ଆସନ୍ତାକାଲି ସକାଳେ ପ୍ରଥମେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ । ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂସଲ. ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଯୋଗ ଦେବେ ।
କାର୍ଯ୍ୟକାରିଣୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗଦେବେ ।
ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ କାର୍ଯ୍ୟକାରିଣୀ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଦଳର ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି ।