ଡିଆଇଜି ରାଜେଶ ପଣ୍ଡିତ ସସ୍‌ପେଣ୍ଡ

Reporterspen

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ପଣ୍ଡିତ ରାଜେଶ ଉତ୍ତମରାଓ ନିଲମ୍ବିତ ହୋଇଛନ୍ତି। ବିଶୃଙ୍ଖଳିତ ଆଚରଣ ପାଇଁ ଡିଆଇଜି ପଣ୍ତିତ ରାଜେଶ ଉତ୍ତମରାଓଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି ।

ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ପରେ ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି ।

ବିଶୃଙ୍ଖଳିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।

ସୂଚନା ଅନୁସାରେ, ଗତ ୨୭ ତାରିଖ ଦିନ ରାଜେଶ ପଣ୍ତିତ କ୍ୟାପିଟାଲ୍ ଥାନା ଅଞ୍ଚଳରେ ଜଣେ ମହିଳା ଇନ୍ସପେକ୍ଟରଙ୍କ ଘରେ ପଶି ଦୁର୍ବ୍ୟବହାର କରିଥିଲେ । ଏହି ଘଟଣାକୁ ନେଇ ରାଜେଶ ପଣ୍ତିତ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।  ତେବେ ଏହି ନିର୍ଦ୍ଦେଶନାମା ପରେ ନିଲମ୍ବନ ସମୟରେ ରାଜେଶ ପୋଲିସ ହେଡକ୍ୱାର୍ଟରରେ ରହିବେ । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ବିନା ଅନୁମତିରେ ରାଜେଶ ହେଡକ୍ୱାର୍ଟର ଛାଡ଼ି ପାରିବେ ନାହିଁ ବୋଲି କୁହାଯାଇଛି । 


Reporterspen

Leave a Reply