ବାଲିଅନ୍ତା ବ୍ଲକରେ ମିଳିତ ଜନଶୁଣାଣି ଅନୁଷ୍ଠିତ

0 67

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବାଲିଅନ୍ତା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୧୩୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୧୨୫ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ଉକ୍ତ ଅଭିଯୋଗଗୁଡିକ ମଧ୍ୟରୁ ସ୍ଥଳବିଶେଷରେ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ସମସ୍ତ ଅଭିଯୋଗଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ୫-‘ଟି’ ଆଧାରରେ ଜନସାଧାରଣମାନଙ୍କୁ ସେବା ଯୋଗାଇ ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ ମହାପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବାଦଲ ମହାନ୍ତି, ଭୁବନେଶ୍ୱର ଉପ ଜିଲ୍ଲାପାଳ ମଧୁସୂଦନ ବେହେରା, ସିଡିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ, ବ୍ଲକ ଅଧ୍ୟକ୍ଷା ବାସନ୍ତି ଖଟୁଆ, ସାଂସଦଙ୍କ ପ୍ରତିନିଧି ସିଦ୍ଧେଶ୍ୱର ନାଥ, ଜୋନ- ୪ ଏସିପି ଶୁଭ ନାରାୟଣ ମୁଦୁଲି, ଅବକାରୀ ଉପ ଅଧିକ୍ଷକ ରାଜ ଶେଖର ସ୍ୱାଇଁ, ବିଡିଓ ପବିତ୍ର କୁମାର ସାମଲ, ତହସିଲଦାର ବିମଳ କୁମାର ଲେଙ୍କା, ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକଫର ଭୁବନେଶ୍ୱରୀ କଅଁର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy