ଟିପ୍ପର ଓଲଟି ୫ ଶ୍ରମିକ ମୃତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

0 87

ଭୁବନେଶ୍ୱର/ମାଲକାନଗିରି , (ରିପୋଟର୍ସ ପେନ୍‌): ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଏକ ସିମେଣ୍ଟ ବୋଝେଇ ଟିପ୍ପର ଓଲଟିବା ଫଳରେ ୫ଜଣଙ୍କ ପ୍ରାଣହାନି ଘଟିଛି। ସମସ୍ତ ମୃତକ ଶ୍ରମିକ ବୋଲି ସୂଚନା ମିଳିଛି। ଏହାଛଡ଼ା ୫ ଜଣ ଗୁରୁତର ହେବା ସହ ୩ ଆହତ ହୋଇଛନ୍ତି। ଟିପ୍ପରଟି ଚିତ୍ରକୋଣ୍ଡାରୁ ଯୋଡାମ୍ବ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଘାଟି ତଳକୁ ଖସିଥିବା ଟିପ୍ପରରେ ଲୁହା ଛଡ଼ ଓ ସିମେଣ୍ଟ ଯାଉଥିଲା। ବିଏସ୍ଏଫ୍ ଯବାନମାନେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ବଡ଼ପଡ଼ା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି।

ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ 5 ଜଣ ଶ୍ରମିକ ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ 8 ଜଣ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy