ଶ୍ରୀମନ୍ଦିରରେ ପାନ, ଗୁଟଖା ନିଷେଧ; ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

0 402

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଶ୍ରୀମନ୍ଦିରରେ କଡ଼ାକଡ଼ି ଭାବେ ପାନ ଓ ଗୁଟଖା ନିଷେଧ ହେବ । ଭକ୍ତ କି ସେବାୟତ କେହି ପାନ ଓ ଗୁଟଖା ସେବନ କରି ଶ୍ରୀମନ୍ଦିରକୁ ଯାଇପାରିବେନି । ବରାହ ପୁରାଣ ଆଧାରରେ ଏହି କଟକଣା କରାଯାଇଛି । ଜାନୁଆରୀ ୧ରୁ ଡ୍ରେସକୋଡ୍ ଲାଗୁ ସହିତ ପାନ ଗୁଟଖାକୁ ସମ୍ପୂର୍ଣ୍ଣ ନିଷେଧ କରାଯିବ । ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ଜରିମାନା ପଡ଼ିବ । ଶ୍ରୀମନ୍ଦିର ଭିତରେ କେହି ପାନଗୁଟଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ ।

ଶ୍ରୀମନ୍ଦିର ଭିତରେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି । ମନ୍ଦିର ଭିତରେ ସେବାୟତ, ପୋଲିସ କି ଭକ୍ତ କେହି ପାନ ଗୁଟଖା ଖାଇପାରିବେ ନାହିଁ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଧ୍ୟ ପାନ ଗୁଟଖା ବ୍ୟାନ୍ କଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିରରେ ପାନ ଗୁଟଖା ଉପରେ ପୂର୍ବରୁ ୫ଶହ ଟଙ୍କା ଜୋରିମାନା କରାଯାଇଥିଲେ ମଧ୍ୟ ବ୍ୟବସ୍ଥାଗତ ତ୍ରୁଟି ଯୋଗୁ ସଠିକ ଭାବେ କାର୍ଯ୍ୟକାରୀ ହୋଇପାରିନଥିଲା।

ଏହା କୌଣସି କଟକଣା ନୁହେଁ, ମହାପ୍ରଭୁଙ୍କ ଆଦେଶ ବୋଲି ମାନିବା ଦରକାର । ବରାହ ପୁରାଣ ଓ ନୀଳାଦ୍ରି ମହୋଦୟରେ ଏନେଇ ଉଲ୍ଲେଖ ରହିଛି । ତାମ୍ବୁଳ ସେବନ କଲେ ଏହା ସେବା ଅପରାଧ ବୋଲି ଉଲ୍ଲେଖ ରହିଛି। ସେହି ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ଏହି କଟକଣାକୁ ଲାଗୁ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy