ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ

0 517

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ପ୍ରଥମେ ଜଗନ୍ନାଥଙ୍କୁ କରାଗଲା ନିମନ୍ତ୍ରଣ । ଶ୍ରୀମନ୍ଦିର ପରିକ୍ରମାର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ବାହାରି ଶ୍ରମନ୍ଦିର ଯାଇଥିଲା । ସେଠାରେ ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ ହୋଇଛି । ପାଟ ପଟୁଆରରେ ଜଗନ୍ନାଥଙ୍କ ପାଖକୁ ଯାଇଥିଲା ଏହି ନିମନ୍ତ୍ରଣ ପତ୍ର।

ମହାପ୍ରଭୁଙ୍କ ପରେ ପ୍ରଭୁ ନୃସିଂହ, ମା ବିମଳା, ମା ମଙ୍ଗଳା ଓ ଶେଷରେ ପଂଚୁ ପାଣ୍ଡବଙ୍କୁ ନିମନ୍ତ୍ରଣ ହୋଇଥିଲା । ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯିବାର ସୂଚନା ରହିଛି । ଏହା ପରେ ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ପ୍ରାୟ ଶହେ ମନ୍ଦିରକୁ ଯିବ ନିମନ୍ତ୍ରଣ ପତ୍ର । ଯଜମାନ ଭାବେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ ।

ଏଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିଷ୍ଠା ଉତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଦେଶ ବିଦେଶରେ ରହିଥିବା ଜଗନ୍ନାଥ ମନ୍ଦିର ଓ ବ୍ୟକ୍ତିବିଶେଷଙ୍କୁ ନିମନ୍ତ୍ରଣ କରାଯିବ । ଶ୍ରୀମନ୍ଦିର ସହ ଜଡ଼ିତ ନେପାଳ ରାଜାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ । ଯାହା ପାଇଁ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ପ୍ରସ୍ତୁତ କରାଯାଇଛି ।

ନିମନ୍ତ୍ରଣ ପତ୍ର ସହ ଏକ ସ୍ୱତନ୍ତ୍ର କିଟ୍ ମଧ୍ୟ ପ୍ରଦାନ କରାଯିବ । ନିମନ୍ତ୍ରଣ ପତ୍ର ସହ ଓଡ଼ିଆ, ଇଂରାଜୀ ଓ ହିନ୍ଦୀ ତିନୋଟି ଭାଷାରେ ବ୍ରୋଚର ଦିଆଯିିବ । ଯେଉଁଥିରେ ପରିକ୍ରମା ପ୍ରକଳ୍ପ ସଂପର୍କିତ ତଥ୍ୟ ରହିବ । ବିଭିନ୍ନ ଧାର୍ମିକ ଅନୁଷ୍ଠାନକୁ ଏହି ନିମନ୍ତ୍ରଣ ପତ୍ର ପଠାଯିବ । ଏଥିପାଇଁ ଜିଲ୍ଲାୱାରି ତାଲିକା ପ୍ରସ୍ତୁତ ହୋଇଛି । ଯେଉଁଥିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ୭୪୬ଟି ଜଗନ୍ନାଥ ମନ୍ଦିର, ୧୧୧ଟି ଅନ୍ୟ ମନ୍ଦିରକୁ ନିମନ୍ତ୍ରଣ ପତ୍ର ପଠାଯିବ ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy