୩ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା 

Reporterspen

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୩ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ୭ଟି ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର । ଏଥିସହ ୧୨ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି,  ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ ଏବଂ ମାଲକାନଗିରି ।

୩୧ ଜୁଲାଇ ବୁଧବାର ଦିନ ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ସମୟରେ ଆଗକୁ ଆସୁଛି ଆଉ ଏ-କ ଘୂର୍ଣ୍ଣିବଳୟ। ପାଣିପାଗ ବିଭାଗରୁ ମିଳିଥିବା ତାଜା ସୂଚାନ ଅନୁସାରେ, ଆସନ୍ତା ୩୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ବାଲେଶ୍ୱର,ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । 


Reporterspen

Leave a Reply