ବଦଳିବ ଏହି ସବୁ ରାଶିଙ୍କ ଭାଗ୍ୟ

0 280

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ,  ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତ। ଗ୍ରହ ମାନଙ୍କର ରାଶି ପରିବର୍ତ୍ତନ ବ୍ୟକ୍ତିଙ୍କ ଜୀବନ ଉପରେ ଉଭୟ ସକରାତ୍ମକ ଓ ନକରାତ୍ମକ ପ୍ରଭାବ ପକାଇଥାଏ। ଏହି କ୍ରମରେ  ଗ୍ରହ ମାନଙ୍କର ରାଜକୁମାର ବୁଧ ବର୍ତ୍ତମାନ ମେଷ ରାଶିରେ ଥିବା ବେଳେ ଆସନ୍ତାକାଲି ସକାଳ ୮ଟା ୪୫ ମିନିଟ୍ ସମୟରେ ସେହି ରାଶିକୁ ସକଳ ଶକ୍ତିର ଆଧାର ସୂର୍ଯ୍ୟ ଚଳନ କରିବେ। ଗୋଟିଏ ରାଶିରେ ସୂର୍ଯ୍ୟ ଓ ବୁଧଙ୍କ ମିଳନରୁ ବୁଦ୍ଧାଦିତ୍ୟ ରାଜଯୋଗ ସୃଷ୍ଟି ହେବ ।  ଫଳରେ ଆସନ୍ତା ୫ ସପ୍ତାହ ପର୍ଯ୍ୟନ୍ତ ୪ ରାଶିମାନଙ୍କ ପାଇଁ ବେଶ ଶୁଭ ଓ ମଙ୍ଗଳମୟ ହେବ । ତେବେ, ଆସନ୍ତୁ ଜାଣିବା ବୁଦ୍ଧାଦିତ୍ୟ ରାଜଯୋଗ କାରଣରୁ କେଉଁ ସବୁ ରାଶିଙ୍କ ଭାଗ୍ୟରେ ଚମକିବାକୁ ଯାଉଛି।  

ମେଷ: ବୁଦ୍ଧାଦିତ୍ୟ ରାଜଯୋଗର ଶୁଭ ପ୍ରଭାବ ହେତୁ ମେଷ ରାଶିରେ ବ୍ୟକ୍ତି ବିଶେଷ ପ୍ରତ୍ୟକ କାର୍ଯ୍ୟରେ ସଫଳତା ପାଇବେ।  ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତି ମଜବୁତ୍ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ବ୍ୟକ୍ତି ବିଶେଷ ଏହି ସମୟରେ ସଫଳତା ହାସଲ କରିବେ । ଭାଗ୍ୟର ପୂର୍ଣ୍ଣ ସମର୍ଥନ ମିଳିବ । ବ୍ୟବସାୟରେ ଆର୍ଥିକ ଲାଭର ସମ୍ଭାବନା ରହିଛି । ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଦେଖାଯିବ। ପରିବାର ଲୋକଙ୍କ ସହ ସମ୍ପର୍କରେ ସୁଧାରତା ଆସିବ। ଦୂରସ୍ଥାନକୁ ଯାତ୍ରା ନେଇ ବାଟ ଫିଟିବ।

ବୃଷ : ସେହିପରି ଏହି ରାଶିର ବ୍ୟକ୍ତି ମାନଙ୍କ ପାଇଁ ଶୁଭ ଦିନ ଆରମ୍ଭ ହେବାକୁ ଯାଉଛି। ବ୍ୟବସାୟୀଙ୍କ ପାଇଁ ସମୟ ବହୁତ ଭଲ ରହିଛି। ଯଦି ଆପଣ, ଏହି ଅବଧି ମଧ୍ୟରେ କୌଣସି  ବ୍ୟବସାୟ ଆରମ୍ଭ କରନ୍ତି, ସେଥିରୁ ଅଧିକ ଲାଭ ପାଇବେ। ଆକସ୍ମିକ ଧନଲାଭର ଯୋଗ ରହିଛି । ବ୍ୟବସାୟରେ ଅଟିକି ଥିବା ଟଙ୍କା ଆପଣଙ୍କୁ ମିଳିବ। ବିଦେଶ ଭ୍ରମଣ କରିପାରିବେ। ନିଜ ସନ୍ତାନଙ୍କ ଠାରୁ ଭଲ ଖବର ପାଇଁ ମନ ପ୍ରଫୁଲ୍ଲିତ ହେବ। ସନ୍ତାନ ପ୍ରାପ୍ତିର ଖବର ବି ପାଇ ପାରନ୍ତି। କ୍ୟାରିୟର ସହିତ ଜଡି଼ତ କିଛି ଭଲ ଖବର ପାଇପାରନ୍ତି। 

କର୍କଟ: ବୁଦ୍ଧାଦିତ୍ୟ ରାଜଯୋଗ ଏହି ରାଶିରେ ଲୋକଙ୍କ ପାଇଁ ଅତ୍ୟନ୍ତ ଲାଭଦାୟୀ ପ୍ରମାଣିତ ହେବ।  ଏହି ଅବଧି ମଧ୍ୟରେ, ଚାକିରିରେ ପଦୋନ୍ନତି ନେଇ ଯୋଗ ରହିଛି । ପୈତୃକ ସମ୍ପତ୍ତିରୁ ଲାଭ ମିଳିବ । ସାମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ହେବା ସହ ବିପୁଳ ଲାଭ ମିଳିବ । ଆୟ ବଢିବା ସହିତ ବୈବାହିକ ଜୀବନ ସୁଖମୟ ହେବ । ବିଶେଷ କରି ପ୍ରେମ ବ୍ୟାପାରରେ ସଫଳତା ପାଇବେ। ଏପରିକି ପ୍ରେମ ବିବାହର ଯୋଗ ମଧ୍ୟ ରହିଛି। ଦିର୍ଘ ଦିନ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିବ। 

ସିଂହ:  ସିଂହ ରାଶିର ବ୍ୟକ୍ତି ବିଶେଷଙ୍କୁ ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ମିଳିବ। ଫଳରେ ଆୟ ବୃଦ୍ଧି ସହ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ନେଇ ଯୋଗ ରହିଛି । ଆର୍ଥିକ୍ ସମସ୍ୟା ଦୂର ହେବ । ବିନିଯୋଗରୁ ଲାଭ ମିଳିବ। ପରିବାରରେ ହସଖୁସି ଲାଗି ରହିବ । ଯାନବାହାନ କିମ୍ବା ନୂତନ ଜମି କ୍ରୟ ନେଇ ଯୋଗ ରହିଛି ।

Disclaimer: ଏଠାରେ ଦିଆଯାଇଥିବା ସୂଚନା ଜ୍ୟୋତିଷ ଶାସ୍ତ୍ର ଓ ସାଧାରଣ ଅନୁମାନ ଉପରେ ଆଧାରିତ। କେବଳ ସୂଚନା ପାଇଁ ଦିଆଯାଇଛି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy