ଦେବଗୁରୁ ବୃହସ୍ପତିଙ୍କ ରାଶି ପରିବର୍ତ୍ତନ,  ୩ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ବଦଳିବ

0 97

ଶାସ୍ତ୍ର ଅନୁଯାୟୀ, ପ୍ରତ୍ୟେକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟ ପରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ ବା ରାଶି ପରିବର୍ତ୍ତନ କରିଥାଆନ୍ତି । ଗ୍ରହମାନଙ୍କର ଚଳନରେ ପରିବର୍ତ୍ତନ ରାଶି ଚକ୍ରରେ ଥିବା ସମସ୍ତ ରାଶି ଉପରେ ପ୍ରଭାବ ପକାଇଥାଏ ।

ଚଳିତ ବର୍ଷ ଦେବଗୁରୁ ବୃହସ୍ପତି ବୃଷ ରାଶିରେ ପ୍ରବେଶ କରିବାକୁ ଯାଉଛନ୍ତି । ବୃହସ୍ପତିଙ୍କୁ ଜ୍ଞାନ, ଭାଗ୍ୟ, ଅଭିବୃଦ୍ଧିର ଗ୍ରହ ବୋଲି କୁହାଯାଏ ।  ଏହି ସମୟ ମଧ୍ଯରେ ୩ଟି ରାଶିର ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ବଦଳିବାକୁ ଯାଉଛି । ମେ ମାସ ୧୫ ତାରିଖରେ ବୃହସ୍ପତି ବୃଷ ରାଶିରେ ପ୍ରବେଶ କରି ୨୦୨୫ ଫେବୃଆରୀ ୪ ତାରିଖ ଯାଏଁ ଏଠାରେ ଅବସ୍ଥାପନ କରିବେ । ବୃହସ୍ପତିଙ୍କ ଏହି ରାଶି ପରିବର୍ତ୍ତନ କେଉଁ ୩ ରାଶିର ବ୍ୟକ୍ତି ବିଶେଷଙ୍କ ଜୀବନରେ ପରିବର୍ତ୍ତନ ଆଣିବ ଆସନ୍ତୁ ଜାଣିବା ।

ମେଷ ରାଶି- ଏହି ସମମୟରେ ମେଷ ରାଶିର ବ୍ୟକ୍ତି ବିଶେଷଙ୍କ ଭାଗ୍ୟଦୋୟ ହେବ । ଦୀର୍ଘ ଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ଜୀବନସାଥୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ । ଆୟ ବୃଦ୍ଧି  ନେଇ ଯୋଗ ରହିଛି । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ଦୂର ହେବ । ଦୂର ସ୍ଥାନକୁ ଭ୍ରମଣ କରିପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । ନୂତନ କାର୍ଯ୍ୟ ଆରମ୍ଭ ନେଇ ସମୟ ଅନୁକୂଳ ରହିବ ।

କନ୍ୟା ରାଶି- ଆକସ୍ମିକ ଧନ ଲାଭ ନେଇ ଯୋଗ ରହିଛି । ପୁରୁଣା ବିନିଯୋଗରୁ ଲାଭ ମିଳିବ । ସନ୍ତାନ ସନ୍ତତି ମାନଙ୍କ ଠାରୁ ଭଲ ଖବର ପାଇ ମନ ପ୍ରସନ୍ନ ରହିବ। ଆୟ ବୃଦ୍ଧି ହେବା ନେଇ ସମ୍ଭାବନା ରହିଛି । ଚାକିରି କରୁଥିବା ବ୍ୟକ୍ତିଙ୍କ ପଦୋନ୍ନତି ହୋଇପାରେ । କଠିନ ସମୟ ଦୂର ହେବ । ବୃହସ୍ପତିଙ୍କ ରାଶି ପରିବର୍ତ୍ତନ ହେତୁ ଲୋକମାନଙ୍କ ଧାର୍ମିକ କାର୍ଯ୍ୟକଳାପ ପ୍ରତି ଆଗ୍ରହ ପ୍ରକାଶ ପାଇବ। ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ମିଳିବ । ଅବିବାହିତଙ୍କ ବିବାହ ସ୍ଥିର ହୋଇପାରେ ।

ମୀନ ରାଶି– ବ୍ୟବସାୟୀମାନେ ଲାଭବାନ ହେବେ। ଏହି ସମୟ ମଧ୍ଯରେ ଏହି ରାଶିର ବ୍ୟକ୍ତି ବିଶେଷଙ୍କ ଜୀବନରେ ସୁଖ ଓ ସମୃଦ୍ଧତା ବୃଦ୍ଧି ପାଇବ । ନୂତନ ନିବେଶ ପାଇଁ ମଧ୍ୟ ଏହି ସମୟ ବେଶ ଅନୁକୂଳ ରହିବ । କ୍ୟାରିୟରକୁ ନେଇ ଲାଗି ରହିଥିବା ବାଧ୍ୟା ବା ସମସ୍ୟା ଦୂର ହେବ । ଦୀର୍ଘ ଦିନ ଧରି ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାର ସଦସ୍ୟଙ୍କ ସହ ସମ୍ପର୍କ ମଧୁର ହେବ ।

​Disclaimer: ଏଠାରେ ଦିଆଯାଇଥିବା ସୂଚନା ଜ୍ୟୋତିଷ ଶାସ୍ତ୍ର ଓ ସାଧାରଣ ଅନୁମାନ ଉପରେ ଆଧାରିତ। କେବଳ ସୂଚନା ପାଇଁ ଦିଆଯାଇଛି। 

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy