Matric Exam 2025: ଭୁବନେଶ୍ୱର (ରିପୋଟର୍ସ ପେନ୍): ମାଟ୍ରିକ୍ ଛାତ୍ରଛାତ୍ରୀଙ୍କ ବଡ଼ ଖବର। ମାଟ୍ରିକ୍ ପରୀକ୍ଷା ନେଇ ବୋର୍ଡ଼ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ଆସନ୍ତା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ମଧ୍ୟ ଘୋଷଣା କରାଯାଇଛି। ତେବେ, ଆସନ୍ତୁ ଜାଣିବା କେଉଁ ଦିନ କେଉଁ ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ…
ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଫେବୃଆରୀ ୨୧ ରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ । ସେହିପରି ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ । ମାର୍ଚ୍ଚ ୩ ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।
ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ । ସେହି ଦୃଷ୍ଟିରୁ ଗଣିତ ପରୀକ୍ଷା ୧୧ଟା ୪୫ରେ ସରିବ । ପରୀକ୍ଷା ତଦାରଖ ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ ବ୍ୟବସ୍ଥା କରାଯାଇଛି । ସବୁ ନୋଡାଲ ଓ ପରୀକ୍ଷା କେନ୍ଦ୍ରରେ ସିସିଟିଭି ରହିବ। ଓ୍ୱେବ ଟେଲିକାଷ୍ଟିଂ କରିବା ଯୋଜନା କରାଯାଉଛି । ଇଓ ଜରିଆରେ ପରିଚାଳନା ତ୍ରୁଟି ଜାଣିବାକୁ ବ୍ୟବସ୍ଥା ।