Odisha News: ୨୮୨ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିଲା ନିଯୁକ୍ତି

Reporterspen

Odisha News: ଭୁବନେଶ୍ୱର (ରିପୋଟର୍ସ ପେନ୍‌): ରାଜ୍ୟ ସରକାରଙ୍କ ଅଧୀନରେ ୨୮୨ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିଲା ନିଯୁକ୍ତି । ସମସ୍ତଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରଙ୍କ ପ୍ରତ୍ୟେକ ଯୋଜନାର ସଫଳ ରୂପାୟନ ପାଇଁ କାମ କରିବା ସହ ସ୍ବଚ୍ଛତା ଅବଲମ୍ବନ କରି ଲୋକଙ୍କ ସେବା କରିବାକୁ ନୂତନ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ, ଖଣି ଓ ଇସ୍ପାତ ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଉପସ୍ଥିତ ଥିଲେ।

ରାଜ୍ୟ ସରକାରଙ୍କ ତିନୋଟି ପ୍ରମୁଖ ବିଭାଗ ଯଥା- ଶକ୍ତି ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଇସ୍ପାତ ଓ ଖଣି ବିଭାଗ ଅଧିନସ୍ଥ ଓଡିଶା ଖଣି ନିଗମରେ ୨୮୨ଜଣ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ପ୍ରଦାନ କରାଯାଇଛି।

ଏଥିରେ ଶକ୍ତି ବିଭାଗରେ ୭୯ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ ନିଯୁକ୍ତି ପାଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗରେ ଭେଷଜ ନିୟନ୍ତ୍ରଣ ନିର୍ଦ୍ଦେଶକଙ୍କ ଅଧିନରେ ୩୧ ଜଣ ଜୁନିୟର କ୍ଲର୍କ କମ ଟାଇପିଷ୍ଟ, ଆୟୁଷ ନିର୍ଦ୍ଦେଶକଙ୍କ ଅଧିନରେ ୧୯ ଜଣ ଆୟୁର୍ବେଦ ଅଧ୍ୟାପକ ଓ ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବ ବିଦ୍ୟାଳୟରେ ୫୪ ଜଣ କନିଷ୍ଠ ସହାୟକ ନିଯୁକ୍ତି ପାଇଛନ୍ତି । ସେହିପରି ଓଡିଶା ଖଣି ନିଗମରେ କନିଷ୍ଠ ଯନ୍ତ୍ରୀ ମେକାନିକାଲ ୧୯, କନିଷ୍ଠ ଯନ୍ତ୍ରୀ ଇଲେକ୍ଟ୍ରିକାଲ ୧୪, କନିଷ୍ଠ ଯନ୍ତ୍ରୀ ସିଭିଲ ୧୬, କନିଷ୍ଠ ଫାର୍ମାସିଷ୍ଟ ୯ ଏବଂ ଇଲେକ୍ଟ୍ରିସିଆନ ୩୦ ଜଣଙ୍କୁ ନିଯୁକ୍ତି ମିଳିଛି।


Reporterspen