Political News: ବିଜେଡି ଛାଡିଲେ ପ୍ରକାଶ ବେହେରା

Reporterspen

Political News: ଭୁବନେଶ୍ୱର (ରିପୋଟର୍ସ ପେନ୍‌): ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ ପୂର୍ବରୁ ପ୍ରକାଶ ଭାଂଜପରି ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ଏହାପରେ ବିଜେଡି ତାଙ୍କୁ କଟକ ବାରବାଟୀରୁ ପ୍ରାର୍ଥୀ କରିଥିଲା। ପୂର୍ବରୁ ସେ ୨୦୧୪ରେ କଂଗ୍ରେସ ଟିକେଟ୍‌ରେ ସାଲେପୁରରୁ ଜିତିଥିଲେ।

ତେବେ ସେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ୨୦୧୯ ରେ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। ବେହେରା ମଧ୍ୟ ଭାଜପା ଟିକେଟରେ ସାଲିପୁରରୁ ୨୦୧୯ ବିଧାନସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। କିନ୍ତୁ ବିଜେଡିର ପ୍ରଶାନ୍ତ ବେହେରାଙ୍କ ନିକଟରୁ ପରାସ୍ତ ହୋଇଥିଲେ।

ପ୍ରକାଶ ତାଙ୍କର ଚିଠିରେ ଲେଖିଛନ୍ତି, ”ବହୁ ଚିନ୍ତା ପରେ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ସଦସ୍ୟ ପଦରୁ ଇସ୍ତଫା ଦେଉଅଛି। ଆପଣ ମୋତେ ବାରବାଟୀ-କଟକ ଭଳି ସମ୍ମାନଜନକ ଆସନରୁ ପ୍ରାର୍ଥୀ କରିଥିବାରୁ କୃତଜ୍ଞତା ଜଣାଉଅଛି ଓ ଆପଣଙ୍କ ନେତୃତ୍ୱକୁ ସମ୍ମାନ ଜଣାଉଛି। ଯେହେତୁ ମୁଁ ଜଣେ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ଵାସ ରଖୁଥିବା ଓ ଜନସାଧାରଣଙ୍କ ସମସ୍ୟା, ବିକାଶ ନାଶ ଓ ସଙ୍ଗଠନ ସହ ଯୋଡିହୋଇ ରହୁଥିବା ବ୍ୟକ୍ତିତ୍ୱ ତେଣୁ ଏଭଳି ନିଷ୍ପତି ନେବାକୁ ଉଚିତ ମନେ କଲି।


Reporterspen