୨୫ ତାରିଖରେ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ଅମିତ୍ ଶାହ

0 278

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି ନିର୍ବାଚନରେ ଲଢ଼େଇ କରିବ ଭାରତୀୟ ଜନତା ପାର୍ଟି । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ ହେବ । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ଆସନ୍ତା ୨୫ ତାରିଖ ଦିନ ସୋନପୁରଠାରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଯୋଗଦେବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ୨୫ ତାରିଖ ଅପରାହ୍ନରେ ସୋନପୁର ଜନସଭାକୁ ସମ୍ଭୋଧନ କରିବା ପରେ ସଂଧ୍ୟାରେ ଭୁବନେଶ୍ୱର ପହଂଚି ରାତ୍ରିଯାପନ କରିବେ । ଏହି ଅବସରରେ ଶ୍ରୀ ଶାହା ଦଳୀୟ କାର୍ଯ୍ୟକର୍ତାଙ୍କୁ ଭେଟିବା ସହ ନିର୍ବାଚନ ପରିଚାଳନା ପ୍ରସଙ୍ଗରେ ଦଳୀୟ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy