ବିଜେପିର ଲୋକସଭା ପ୍ରାର୍ଥୀ ଘୋଷଣା, ଜାଣନ୍ତୁ
ଭୁବନେଶ୍ୱର, (ରିପୋଟର୍ସ ପେନ୍): ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୮ଟି ସଂସଦୀୟ କ୍ଷେତ୍ର ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ପ୍ରାୟ ସବୁ ହେବିୱେଟ ନେତାଙ୍କ ନାଁ ରହିଛି । ପୁରୀରୁ ସମ୍ୱିତ ପାତ୍ର, ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, କେନ୍ଦ୍ରାପଡାରୁ ବୈଜୟନ୍ତ ପଣ୍ଡା, ସମ୍ୱଲପୁରରୁ ଧର୍ମେନ୍ଦ୍ର ପ୍ରଧାନ, ବାଲେଶ୍ୱରରରୁ ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ହେବେ ।
ସେହିପରି ବରଗଡରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ମୟୁରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ରନାରାୟଣ ପାଣି, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, ଜଗତସିଂହପୁରରୁ ବିଭୂ ପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହୀ, କୋରାପୁଟରୁ କଳେରାମ ମାଝୀଙ୍କୁ ପ୍ରାର୍ଥୀ କରାଯାଇଛି ।