ବିଜେଡିରେ ସାମିଲ ହେଲେ ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ

0 287

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି । ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି ।

ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy