ଆଜି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି ଜେ.ପି.ନଡ୍ଡା

0 186

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାରେ ଏଥର, ବିଜେପି ସରକାର । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ ହେବ । ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି ନିର୍ବାଚନରେ ଲଢ଼େଇ କରିବ ଭାରତୀୟ ଜନତା ପାର୍ଟି । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଆସନ୍ତା କାଲି ୨୮ ତାରିଖ ଦିନ ବ୍ରହ୍ମପୁରଠାରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଯୋଗଦେବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

ଶ୍ରୀ ନଡ୍ଡା ୨୮ ତାରିଖ ଅପରାହ୍ନରେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ବ୍ରହ୍ମପୁର ଗସ୍ତ କରି ଆମ୍ବପୁଆଠାରେ ଅନୁଷ୍ଠିତ ହେବାକୁ ଥିବା ଜନସଭାକୁ ସମ୍ଭୋଧନ କରିବେ । ଏହା ପରେ ଶ୍ରୀ ନଡ୍ଡା ଦଳୀୟ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଶ୍ରୀ ନଡ୍ଡା ଗୋପାଳପୁରଠାରେ ରାତ୍ରଯାପନ କରିବେ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ୨୯ ତାରିଖ ସକାଳେ ଭୁବନେଶ୍ୱର ଫେରି ଆସି ପ୍ରତ୍ୟାବର୍ତନ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy