ଓଡିଶା ଆସୁଛନ୍ତି ଜେ.ପି.ନଡ୍ଡା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

0 98

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡିଶାର ସାମୁହିକ ବିକାଶକୁ ତ୍ୱରାନ୍ୱିତ କରିବା ଏବଂ ବିକଶିତ ଓଡିଶା ଗଠନ ପାଇଁ ବିଜେପି ସରକାର ଦରକାର । ଓଡିଆ ଭାଷା, ସଂସ୍କୃତି, ଐତିହ୍ୟ, ପରଂପରା, କଳା, ଭାସ୍କର୍ଯ୍ୟ ଆଦିର ସୁରକ୍ଷା ପାଇଁ ବିଜେପି ଏକମାତ୍ର ବିକଳ୍ପ । ଓଡିଶାବାସୀଙ୍କ ସେବା ପାଇଁ ବିଜେପିକୁ ଥରେ ସୁଯୋଗ ଦେବାକୁ ରାଜ୍ୟବାସୀ ମନସ୍ଥିର କରିଛନ୍ତି ।

ଦୀର୍ଘ ୨୫ ବର୍ଷର ଭ୍ରଷ୍ଟାଚାରୀ, ଦୁର୍ନୀତିଖୋର ଓ ବ୍ୟଭୀଚାରୀ ବିଜେଡି ସରକାରର ଅନ୍ତ ହେବା ନିହାତି ଆବଶ୍ୟକ । ନୂତନ ଓଡିଶା ଗଠନ ପାଇଁ ରାଜ୍ୟ ରାଜନୀତିରେ ପରିବର୍ତନ ଆସିବ ଏବଂ ଓଡିଶାରେ ବିଜେପିର ସରକାର ଗଠନ ହେବ । ବିଜେପିର ପ୍ରଚାରକୁ ଶାଣିତ କରିବା ଆସନ୍ତା କାଲି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସୁଛନ୍ତି ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ଆସନ୍ତା କାଲି ମଧ୍ୟାହ୍ନରେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ଆସ୍‌କା ସଂଦୀୟ କ୍ଷେତ୍ରର ସୋରଡାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ଏହା ପରେ ଶ୍ରୀ ଶାହା ସଂଧ୍ୟା ୫ଟାରେ କଟକଠାରେ ଅନୁଷ୍ଠିତ “ବିଶାଳ ରୋଡ ସୋ” ରେ ଯୋଗ ଦେବେ । ଶ୍ରୀ ଭୁବନେଶ୍ୱର ଫେରିଆସି ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ।

ସେହିପରି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଆସନ୍ତା ସଂଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ଦଳୀୟ କର୍ମଶାଳାରେ ଯୋଗଦେବେ । ଶ୍ରୀ ନଡ୍ଡା ଆସନ୍ତା ୧୬ ତାରିଖ ଦିନ ବରଗଡ ଜିଲ୍ଲା ପଦ୍ମପୁର ଏବଂ ସୁନ୍ଦରରଗଡ ଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ବୋଲି ଶ୍ରୀ ମହାପାତ୍ର ସୁଚନା ଦେଇଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy