ସ୍ୱଦେଶ ଫେରିଲେ ଟମ୍ ଇଣ୍ଡିଆ, ଆଜି ବିଗ୍ ସେଲିବ୍ରେସନ

0 199

ବିଶ୍ୱ ବିଜେତା ଭାରତୀୟ ଦଳ ଆଜି ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛି । ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ଓ ଷ୍ଟାଫଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ଦିଲ୍ଲୀ ବିମାନ ବନ୍ଦରରେ ଆଜି ସକାଳେ ପହଞ୍ଚିଛି ଭାରତୀୟ କ୍ରିକେଟ୍ ଦଳ। ବିମାନ ବନ୍ଦର ବାହାରେ ଶହ ଶହ ସଂଖ୍ୟାରେ ଫ୍ୟାନ୍ ଆସି ଅପେକ୍ଷା କରି ରହିଛନ୍ତି।ବିଶ୍ୱକପ ବିଜୟ ପରେ ବାରବାଡୋସରେ ଫସି ରହିଥିଲା ଭାରତୀୟ ଦଳ । ଟିମ୍ ଇଣ୍ଡିଆ ସ୍ୱଦେଶ ଫେରିବା ପରେ ଆଜି ଦିନ ୧୧ ଟାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।ଏବଂ ସନ୍ଧ୍ୟାରେ ମୁମ୍ବାଇରେ ଗ୍ରାଣ୍ଡ ସେଲିବ୍ରେସନର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ପ୍ରକାଶ ଥାଉଯେ, ୱେଷ୍ଟଇଣ୍ଡିଜର ବାରବାଡୋସରେ ଘୂର୍ଣ୍ଣିଝଡ଼ ପରେ ଫସି ରହିଥିଲା ଭାରତୀୟ ଟିମ୍। ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନରେ ଟିମ୍ ଇଣ୍ଡିଆ ଦିଲ୍ଲୀ ଆସି ପହଞ୍ଚିଛି। ଗତକାଲି ସନ୍ଧ୍ୟାରେ ବାର୍ବୋଡସର ବିମାନ ବନ୍ଦରରୁ ଏୟାର ଇଣ୍ଡିଆର ବୋଇଂ ୭୭୭ ବିମାନ ଟିମର ଖେଳାଳି, ସପପୋର୍ଟ ଟିମ୍ ଏବଂ ସାମ୍ବାଦିକମାନଙ୍କୁ ନେଇ ଭାରତ ଅଭିମୁଖେ ଉଡ଼ାଣ ଆରମ୍ଭ କରିଥିଲା। 

ବିଶ୍ୱ ବିଜୟୀ ଦଳର ଖେଳାଳିମାନେ ଆଜି ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିବେ। ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ସାରି ସେଠାରୁ ଚାଟାର୍ଡ ବିମାନ ଯୋଗେ ମୁମ୍ବାଇ ଯିବେ।

ଆଜି ସନ୍ଧ୍ୟାରେ ମୁମ୍ବାଇରେ ହେବ ଗ୍ରାଣ୍ଡ ସେଲିବ୍ରେସନ। ଖେଳାଳିମାନେ ମୁମ୍ବାଇ ବିମାନ ବନ୍ଦରରୁ ୱାଙ୍ଖଡେ ଷ୍ଟାଡିୟମରେ ପହଞ୍ଚିବେ। ସେଠାରେ ଏକ କିଲୋମିଟରର ବସ୍ ପ୍ୟାରେଡର କାର୍ଯ୍ୟକ୍ରମ ରହିଛି। ସେଠାରେ ଭବ୍ୟ ସ୍ୱାଗତ ପରେ ଅଧିନାୟକ ରୋହିତ ଶର୍ମା ବିସିସିଆଇ ସେକ୍ରେଟାରୀ ଜୟ ଶାହଙ୍କୁ ବିଶ୍ୱକପ୍ ହସ୍ତାନ୍ତର କରିବେ। ସେଠାରେ ସମସ୍ତ କାର୍ଯ୍ୟକ୍ରମ ସରିବା ପରେ ସନ୍ଧ୍ୟାରେ ଖେଳାଳିମାନେ ପ୍ରତ୍ୟାବର୍ତ୍ତନ କରିବେ।

ଜୁନ୍ ୨୯ରେ ବାର୍ବାଡସରେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍ ଖେଳା ଯାଇଥିଲା। କିନ୍ତୁ ସେଠାରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବା କାରଣରୁ ପାଣିପାଗକୁ ଦୃଷ୍ଟିରେ ରଖି ବିମାନ ଉଡ଼ାଣ କରିପାରି ନଥିଲା। ଜୁଲାଇ ୧ରେ ସ୍ଥିତିରେ ସାମାନ୍ୟ ସୁଧାର ଆସିବା ପରେ ବିସିସିଆଇ ବାର୍ବାଡସକୁ ସ୍ୱତନ୍ତ୍ର ବିମାନ ପଠାଇଥିଲା। ଶେଷରେ ଭାରତ ଫେରୁଛନ୍ତି ବିଜୟୀ ଟିମ୍। ଦୀର୍ଘ ୧୭ ବର୍ଷ ପରେ ବିଶ୍ୱକପ୍ ଜିତି ଥିବା ଟିମ୍ ଇଣ୍ଡିଆକୁ ସ୍ୱାଗତ କରିବା ପାଇଁ କ୍ରିକେଟ ପ୍ରେମୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy