୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୫ ପୌର ପରିଷଦ ଗଠନ ପାଇଁ ନିଷ୍ପତ୍ତି

0 507

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ ନିଷ୍ପତ୍ତି ନେଇଛନ୍ତି ସରକାର। ଏଣେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନୂତନ ପୌର ପରିଷଦ ହେଲା ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର ଓ ଆସ୍କା।

ଏଣେ ଅନୁଗୁଳ ଜିଲ୍ଲାର ପାଲଲହଡ଼ା, ଛେଣ୍ଡିପଦା, ବାଲେଶ୍ବର ଜିଲ୍ଲାର ବସ୍ତା ଓ ସିମୁଳିଆ,ବରଗଡ଼ ଜିଲ୍ଲାର ପାଇକମାଳ, ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡ଼ା, ବଲାଙ୍ଗୀର ଜିଲ୍ଲାର ବେଲପଡ଼ା ଓ ସଇଁତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡ଼ା ଜିଲ୍ଲାର ସିନାପାଲି, ରାୟଗଡ଼ା ଜିଲ୍ଲାର ଚାନ୍ଦିଲି, ମୁନିଗୁଡ଼ା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ କୁକୁଡ଼ାଖଣ୍ଡି, ନୟାଗଡ଼ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡ଼ମ୍ବା, ନରସିଂହପୁର ଓ ନିଆଳି, ମୟୂରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା କରାଯାଇଛି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy