ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

0 102

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ।

ଆମ ରାଜ୍ୟରେ ଥିବା 7,200ଟି ଭାଗବତ ଟୁଙ୍ଗୀ ଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ 50 ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ ଟୁଙ୍ଗୀ ଗୁଡିକର ବିକାଶ କାର୍ଯ୍ୟ କରାଯିବ।

Get real time updates directly on you device, subscribe now.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy