ସଂସଦରେ କୋଷ୍ଟାଲ ହାଇୱେ ପ୍ରସଙ୍ଗ ଉଠାଇଲେ ମାନସ ମଙ୍ଗରାଜ

0 467

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସଂସଦର ଶୂନ୍ୟକାଳରେ ବିଜେଡି ସାଂସଦ ମାନସ ମଙ୍ଗରାଜ କୋଷ୍ଟାଲ ହାଇୱେ ପ୍ରସଙ୍ଗ ଉଠାଇଛନ୍ତି । ଉପକୂଳ ରାଜପଥର ଷ୍ଟାଟସ କ’ଣ ବୋଲି ପଚାରିବା ସହ ବିସ୍ତୃତ ପ୍ରକଳ୍ପ ରିପୋର୍ଟ କେବେ ଆସିବ ବୋଲି ସେ ପ୍ରଶ୍ନ କରିଛନ୍ତି ।

ଓଡ଼ିଶାରେ ୪୮୦ କିଲୋମିଟରର ସୁଦୀର୍ଘ ବେଳାଭୂମି ଥିବାବେଳେ ୨୦୧୫ ମସିହାରେ ୩୪୬ କିଲୋମିଟରର ଉପକୂଳ ରାଜପଥ ନିର୍ମାଣ ନେଇ କେନ୍ଦ୍ର ସରକାର ଘୋଷଣା କରିଥିଲେ । ଏହା ଭିତରେ ୮ ବର୍ଷ ବିତିଯାଇଥିଲେ ସୁଦ୍ଧା ୭ ଉପକୂଳ ଜିଲ୍ଲାକୁ ଯୋଡିବାକୁ ଥିବା ଏହି ପ୍ରସ୍ତାବିତ ରାଜପଥର କାମ ଏଯାଏଁ ଆରମ୍ଭ ହୋଇପାରିଲାନି । ଏହି ପ୍ରକଳ୍ପ ଦ୍ୱାରା ରାଜ୍ୟର ବହୁବିଧ ବିକାଶ ହେବା ସହ ବାଣିଜ୍ୟ, ପର୍ଯ୍ୟଟନ, ଯୋଗାଯୋଗ ଏବଂ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ବ୍ୟାପକ ଉନ୍ନତି ଆସିବ । କିନ୍ତୁ ଏହା ପଦ୍ମ ଘୁଞ୍ଚି ଘୁଞ୍ଚି ଯିବା ପରି ଅବସ୍ଥାରେ ଆସି ପହଞ୍ଚିିଯାଇଛି । ଏହି ୩୪୬ କିଲୋମିଟର ରାସ୍ତାକୁ ଦୁଇଟି ପର୍ଯ୍ୟାୟରେ କରାଯିବ ବୋଲି ପ୍ଲାନ ହୋଇଛି । ଖୋର୍ଦ୍ଧା ରାମେଶ୍ୱରରୁ ପୁରୀ ରତନପୁର ଏବଂ ରତନପୁରରୁ ବାଲେଶ୍ୱରର ଦୀଘା ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହେବ ।

ଏହାକୁ ୪ଟି ପ୍ୟାକେଜରେ କରାଯିବାକୁ ମଧ୍ୟ ଯୋଜନା ହୋଇଥିଲା । ଯାହା ମଧ୍ୟରୁ ପ୍ରଥମ ଦୁଇଟି ପ୍ୟାକେଜକୁ ବିନା କୌଣସି କାରଣରେ ବାତିଲ କରାଯାଇଥିଲା । ବାକି ଦୁଇଟି ପ୍ୟାକେଜକୁ କ୍ଲିଅରାନ୍ସ ମିଳିଥିବା ବେଳେ କେନ୍ଦ୍ର ପରିବେଶ ମନ୍ତ୍ରାଳୟର ମଂଜୁରୀକୁ ନେଇ ପ୍ରକଳ୍ପ ପଡିରହିଥିଲା । କିନ୍ତୁ ଅଗଷ୍ଟ ୨୦୨୩ରେ କେନ୍ଦ୍ର ପରିବେଶ ମନ୍ତ୍ରାଳୟର ଗ୍ରୀନ ସିଗନାଲ ପରେ ବି କେନ୍ଦ୍ର ସରକାର ପ୍ରକଳ୍ପ ଆରମ୍ଭ କରିବା ନେଇ ଆଗ୍ରହ ପ୍ରକାଶ କରୁନଥିବାରୁ ସାଂସଦ ଶ୍ରୀ ମଙ୍ଗରାଜ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy