ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0 101

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତୀ ଅନୁମୋଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲୁପର ଗସ୍ତରେ ଥିବା 5T ସଚିବ ଭିକେ. ପାଣ୍ଡିଆନ ଆଜି ଖୀଣ୍ଡା ଯାଇ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ ଏବଂ ତାଙ୍କ ଜନ୍ମ ପୀଠ ଖୀଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ ପରେ ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ଏକ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ‘Development of Vir Surendra Sai Birth Place at Khinda, Samabalpur’ ପ୍ରକଳ୍ପକୁ ଅନୁମୋଦନ କରିଥିଲେ ।

ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ. 1.945 ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପ ରେ ସୁରେନ୍ଦ୍ର ସାଏ ଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ । ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାର ର ପୁନରୁଦ୍ଧାର କରାଯିବ .landscaping ସହ ଉଦ୍ୟାନ ର ବିକାଶ କରାଯିବ .ସୁନ୍ଦର୍ ଭବରେ ଆଲୋକୀକରଣ ମଧ୍ଯ କରାଯିବ . ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳ ର ଉନ୍ନତିକରଣ କରାଯିବ.

ବୀର ସୁରେନ୍ଦ୍ର ସାଏ ଓଡିଆ ଜାତିର ପ୍ରାତସ୍ମରଣୀୟ ବକ୍ତିତ୍ୱ । ବୀର ସୁରେନ୍ଦ୍ର ସାଏ ତାଙ୍କର ଦୃଢ ନେତୃତ୍ୱ, ବିଚକ୍ଷଣ ରଣ କୌଶଳ ଯୋଗୁଁ ବ୍ରିଟିସ ସରକାରଙ୍କ ନିଦ ହଜାଇ ଦେଇଥିଲେ। ସେହି ମହାନ ସଂଗ୍ରାମୀଙ୍କର ଜନ୍ମସ୍ଥଳୀ ଖୀଣ୍ଡା, ପ୍ରତି ଓଡିଆଙ୍କ ପାଇଁ ଏକ ପବିତ୍ର ପୀଠ। ସ୍ୱାଧିନତା ସଂଗ୍ରାମରେ ତାଙ୍କର ମହାନ ଅବଦାନ ଯୁବସମାଜକୁ ସର୍ବଦା ପ୍ରେରଣା ଦେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy