ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କର : ମୁଖ୍ୟମନ୍ତ୍ରୀ

0 248

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ସଠିକ୍ ଭାବେ ଅପରାଧ ନିୟନ୍ତ୍ରଣ ସହ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ପୋଲିସ ଡିଜି ଅରୁଣ କୁମାର ଷଡଙ୍ଗୀ ଓ ଗୁଇନ୍ଦା ନିର୍ଦ୍ଦେଶକ ସମେତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ଏକ ବୈଠକ ବସିଥିଲା । ବୈଠକରେ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି ଲୋକଙ୍କୁ ଉତ୍ତମ ବ୍ୟବହାର କରିବା ସହ ଯେପରି କେହି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ରହିବାକୁ ତାଗିଦ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ପୋଲିସ ଲୋକଙ୍କୁ ଭଲ ପାଇଲେ, ପୋଲିସର ବିଶ୍ୱସନୀୟତା ବଢ଼ିବ । ଏଣୁ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବାକୁ କହିଛନ୍ତି । ଆଗ ଭଳି ଆଉ ପୋଲିସ ବ୍ୟବସ୍ଥା ଚାଲିବ ନାହିଁ ବୋଲି ବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରିଷ୍ଠ ଅଧିକାରୀମାନଙ୍କୁ ରୋକଠୋକ୍ ଶୁଣାଇଛନ୍ତି । ପୋଲିସ ବିରୋଧରେ କୌଣସି ଅଭିଯୋଗ ଆସିଲେ, ତୁରନ୍ତ ଏନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy