ଦେବସ୍ନାନ ପୂର୍ଣ୍ଣମୀ, ଅପରାହ୍ନ ସାଢ଼େ ୩ଟାରୁ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ

0 147

ଆଜି ଦେବସ୍ନାନ ପୂର୍ଣ୍ଣମୀ । ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସୁଛନ୍ତି ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ। ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି।

ଭକ୍ତମାନେ ବ୍ୟାରିକେଡରେ ସିଂହଦ୍ୱାର ଦେଇ ସ୍ନାନବେଦୀରେ ହାତୀବେଶ ଦର୍ଶନ କରିପାରିବେ। ପରେ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶକୁ ଭକ୍ତମାନେ ବଡଦାଣ୍ଡ ସମେତ ସ୍ନାନମଣ୍ଡପର ଅତି ନିକଟରୁ ଦର୍ଶନ କରିବାର ସୁଯୋଗ ପାଇବେ ।

ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ମିରିଚିକୋଟ ଛକ ଓ ମରିଚିକୋଟ ଛକରୁ ଶ୍ରୀନଅର ଯାଏଁ ସ୍ୱତନ୍ତ୍ର ବ୍ୟାରିକେଡ ହୋଇଛି । ଶୃଙ୍ଖଳିତ ଦର୍ଶନ ତଥା ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ପୁଲିସ ମୃତୟନ କରାଯାଇଛି। ପୁରୀରେ ୪ ଜଣ ଏସପି ରାଙ୍କର ଅଫିସର, ୨ ଜଣ ଅତରିକ୍ତ ଏସପି, ୨୨ଜଣ ଡିଏସପି, ୨୯୦ରୁ ଅଧିକ ସବ୍‌ ଇନସପେକ୍ଟର ମୃତୟନ ହୋଇଛନ୍ତି। ସମୁଦାୟ ୬୮ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। କୌଣସି ଜରୁରୀକାଳୀନ ସହାୟତା ପାଇଁ ୧୧୨ ନମ୍ବର ସହ ଯୋଗାଯୋଗ କରିବା ପାଇଁ କୁହାଯାଇଛି। ପହଣ୍ଡି ସମୟରେ ଟିକେଟଧାରୀ ମାନେ  ଦକ୍ଷିଣ ଦ୍ୱାରରେ ପ୍ରବେଶ କରିପାରିବେ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy