ଫିକା ପଡିବ ଗଣେଷ ପୂଜା, ଭିଜିବ ଓଡିଶା

0 743

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶଙ୍କା କରାଯାଉଛି । ଅର୍ଥାତ ଗଣେଷ ପୂଜାରେ ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସେହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିହଂପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲିଠୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢିବ । ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାଗରେ ୨୦ରୁ ୨୨ ତାରିଖ ମଧ୍ୟରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୨୦ ତାରିଖ ରାତିରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy