ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଜାରି ହେବ ବିଜ୍ଞପ୍ତି

0 89

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହେବ। ଗେଜେଟ ବିଜ୍ଞପ୍ତି ଜାରି ହେବା ସହିତ ନାମାଙ୍କନ ପତ୍ର ଦାଖଲ ପର୍ବ ଆରମ୍ଭ ହେବ। ଏଠାରେ କହି ରଖୁ କି ପ୍ରଥମ ପର୍ଯ୍ୟାୟ ମତଦାନ ମଇ ୨୮ ତାରିଖରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ, ଲୋକସଭା ଆସନ ସହିତ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। 

ନିର୍ବାଚନ କମିଶନଙ୍କ ଧାର୍ଯ୍ୟ କାର୍ଯ୍ୟସୂଚୀ ଅନୁଯାୟୀ ୧୮ ତାରିଖ ଅର୍ଥାତ ଆଜି ବିଜ୍ଞପ୍ତି ଜାରି ହେବ। ବିଜ୍ଞପ୍ତି ଅନୁଯାୟୀ ପ୍ରାର୍ଥୀମାନେ ଆଜି ଠାରୁ ଅର୍ଥାତ ୧୮ ତାରିଖରୁ ହିଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯିବ। ପ୍ରାର୍ଥୀମାନେ ୨୫ ତାରିଖ ପର୍ଯ୍ୟନ୍ତ ନିଜର ନାମାଙ୍କନ ଦାଖଲ କରିପାରିବେ। ସେହିପରି ୨୬ ତାରିଖରେ ବୈଧ ତାଲିକ ପ୍ରକାଶ ପାଇବ। ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ହେଉଛି ଏପ୍ରିଲ ୨୯ ତାରିଖ। 

ନିର୍ବାଚନ କମିଶନଙ୍କ ଅନୁସାରେ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ ବେଳେ ନିଜର ଏବଂ ପରିବାରର ସଦସ୍ୟଙ୍କ ସମ୍ପତ୍ତି, ଋଣ ସହ ଅପରାଧିକ ମାମଲା ସମ୍ପର୍କିତ ସତ୍ୟପାଠ ଦାଖଲ କରିବାକୁ ହେବ। ସଂସାଦ ପ୍ରାର୍ଥୀମାନେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ନିକଟରେ ନାମାଙ୍କନ ଦାଖଲ କରିବେ। ବିଧାୟକ ପ୍ରାର୍ଥୀମାନେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିପାରିବେ। 

ପ୍ରଥମ ପର୍ଯ୍ୟାୟରେ ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ ବିଧାନସଭା ଆସନ ପାଇଁ ଭୋଟ ସଂଗ୍ରହ ହେବ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy