ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦୈନିକ ପାରିଶ୍ରମିକରେ ବୃଦ୍ଧି

0 452

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ଅତିରିକ୍ତ ୧୦୦ ଟଙ୍କା ପାଇବେ । ସମୁଦାୟ ୫୦୦ ଟଙ୍କା ପାଇବେ ।

ଏହାଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀ ମାନଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ‘ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ବ ଓ ସ୍ବଚ୍ଛତା ସମିତି’ରେ କାମ କରୁଥିବା ଏହି ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା – ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା (Social Audit) କରି ସ୍ବଚ୍ଛତା ରକ୍ଷା କରିବାରେ ତାତ୍ପର୍ଯ୍ୟପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଏଥିରେ ମିଶନ ଶକ୍ତି ମା ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy