୨୧ରେ ଲଘୁଚାପ, ୨୩ରେ ଘନୀଭୂତ

0 369

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି , ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହାର ପ୍ରଭାବରେ ଅକ୍ଟୋବର ୨୧ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଅକ୍ଟୋବର ୨୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାର ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛିି।

ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୨୫ ତାରଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy