ନୂଆ ମୁଖ୍ୟ ଶାସନ ସଚିବ ହେଲେ ମନୋଜ ଆହୁଜା

0 109

ଭୁବନେଶ୍ୱର, (ରିପୋଟର୍ସ ପେନ୍‌):  ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଚଳିତ ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ। ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। 

ଶ୍ରୀ ଆହୁଜା ଚଳିତ ବର୍ଷ ଡିସେମ୍ବରରେ ସରକାରୀ ଚାକିରିରୁ ଅବସର ନେବେ। ଅବଶ୍ୟ ତାଙ୍କର କାର୍ଯ୍ୟକାଳକୁ ରାଜ୍ୟ ସରକାର ପରବର୍ତ୍ତୀ ସମୟରେ ବୃଦ୍ଧି କରିପାରନ୍ତି। ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତି ଶେଷ ହୋଇଯାଇଥିବାରୁ ଏବେ ରାଜ୍ୟରେ ପ୍ରଶାସନିକ କ୍ଷେତ୍ରରେ ବଡ଼ ଧରଣର ଅଦଳବଦଳ ହେବା ଏକ ପ୍ରକାର ନିଶ୍ଚିତ। ଏମିତିକି ଉନ୍ନୟନ କମିଶନରଙ୍କଠୁ ଆରମ୍ଭ କରି ସମସ୍ତ ବିଭାଗର ସଚିବଙ୍କୁ ମଧ୍ୟ ନୂଆ ଦାୟିତ୍ୱ ମିଳିପାରେ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy