ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାଁରେ ଫେକ୍‌ ଆଇଡି

0 234

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ‘X’ ଆକାଉଣ୍ଟ ଖୋଲିଛି । ଆଉ ସେହି ଆକାଉଣ୍ଟରେ ଫେକ୍‌ ନ୍ୟୁଜ୍‌ ପୋଷ୍ଟ ହେଉଛି। ଆଜି 5-T ଓ ମୋ ସରକାରକୁ ନେଇ ଏକ ଫେକ୍‌ ନ୍ୟୁଜ ପୋଷ୍ଟ ପରେ ସ୍ପଷ୍ଟୀକରଣ ଦେଇଛି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଏଥିସହ ଫେକ୍‌ ଓ ପ୍ରକୃତ ଆଇଡିର ହୋମ୍‌ ପେଜ୍‌ ପୋଷ୍ଟ କରିଛି।

ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପୋଷ୍ଟ କରିଥିବା ପେଜରୁ ଦେଖିବାକୁ ମିଳିଛି ଦୁଇଟି(ଫେକ୍‌ ଓ ପ୍ରକୃତ)ର ମାଷ୍ଟହେଡ୍‌ ସମାନ ରହିଥିଲା ବେଳେ ଫେକ୍‌ ଆକାଉଣ୍ଟ @mohanmajhi_BJP ଲେଖାଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ‘X’ ଆକାଉଣ୍ଟ ହେଉଛି @MohanModisha। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଫେସ୍‌ବୁକ୍ ଆକାଉଣ୍ଟ https://facebook.com/MohanMOdisha ରହିଥିବା ବେଳେ Instagram https://instagram.com/mohanmodisha/ ରହିଛି।

ସୂଚନାରୁ ପ୍ରକାଶ, ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ଫେକ୍‌ ‘X’ ଆକାଉଣ୍ଟରେ 5-T ଓ ମୋ ସରକାର ହଟାଗଲା ବୋଲି ଲେଖାଯାଇଥିଲା। ଏହା ପରେ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରସାରଣ କରାଯାଇଥିଲା। ଏହା ପରେ ନାନା ଚର୍ଚ୍ଚା ଆରମ୍ଭ ହୋଇଥିଲା। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ତତ୍ପର ହୋଇଥିଲା ଓଡ଼ିଶା ସରକାର। 5-T ଓ ମୋ ସରକାର ସମ୍ପର୍କିତ ଖବର ପ୍ରକାଶ ପାଇଥିବା ‘X’ ଆକାଉଣ୍ଟଟି ମୁଖ୍ୟମନ୍ତ୍ରୀଙ୍କର ନୁହେଁ ବୋଲି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିଥିଲା।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy