ଆଜି ଚାଷୀଙ୍କ ଆକାଉଣ୍ଟକୁ ଆସିବ କାଳିଆ ଟଙ୍କା

0 269

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ଚାଷୀମାନଙ୍କ ପାଇଁ ଖୁସି ଖବର।  ଆଜି ରାଜ୍ୟର ଚାଷୀମାନଙ୍କୁ ମିଳିବ କାଳିଆ ଯୋଜନାର ପରବର୍ତ୍ତୀ କିସ୍ତି।  ଏହି ଯୋଜନା ଅଧିନରେ ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଯୋଗାଇଦେବେ ରାଜ୍ୟ ସରକାର। ରାଜ୍ୟର ପ୍ରାୟତଃ ୪୬ ଲକ୍ଷକୁ ଅଧିକ କ୍ଷୁତ୍ର ଓ ନାମମାତ୍ର ଚାଷୀ ଏଥିରେ ଉପକୃତ ହେବେ।  ଏହା ସହ ରାଜ୍ୟରେ ଥିବା ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। 

‘କାଳିଆ’ ଯୋଜନାର ମୁଖ୍ୟ ଉଦ୍ଦେଶ୍ଯ ହେଉଛି, ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା। ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲବ୍ଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ।

କାଳିଆ ଯୋଜନାରେ ମିଳିଥାଏ ଏହି ସବୁ ସୁବିଧା :
ଜୀବିକା ପାଇଁ ସହାୟତା: ଗ୍ରାମାଞ୍ଚଳର ଭୂମିହୀନ ଚାଷୀ ପରିବାର ପାଇଁ କୃଷିଭିତ୍ତିକ ଆନୁଷଙ୍ଗିକ କାର୍ଯ୍ୟ ଯଥା- କ୍ଷୁଦ୍ର ଛେଳିପାଳନ ୟୁନିଟ୍, କ୍ଷୁଦ୍ର କୁକୁଡା ପାଳନ ୟୁନିଟ, ବତକ ପାଳନ ୟୁନିଟ୍, ମତ୍ସ୍ୟଜୀବୀମାନଙ୍କୁ ମାଛଧରା ଉପକରଣ, ଛତୁଚାଷ ଓ ମହୁଚାଷ ଇତ୍ୟାଦି ନିମନ୍ତେ ୧୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବର ବ୍ୟବସ୍ଥା ଅଛି। ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତିମାନଙ୍କ ପାଇଁ ଏହି ଯୋଜନା ବିଶେଷ ଭାବେ ସହାୟ ହେବ।

ଅସମର୍ଥ କୃଷି ପରିବାର ଏବଂ ଭୂମିହୀନ ଶ୍ରମିକଙ୍କୁ ସହାୟତା: ଯେଉଁ କ୍ଷୁଦ୍ର, ନାମମାତ୍ର ତଥା ଭୂମିହୀନ କୃଷି ପରିବାର ଚାଷୀ ବର୍ଦ୍ଧକ୍ଯ, ଅକ୍ଷମତା କିମ୍ବା ରୋଗଦ୍ବାରା ଆକ୍ରାନ୍ତ ହୋଇ କୃଷି କାର୍ଯ୍ୟ ଓ ଜୀବିକା ଉପାର୍ଜନ କରିବା ନିମନ୍ତେ ଅସମର୍ଥ, ସେମାନଙ୍କ ପରିବାର ଜୀବିକା ନିର୍ବାହ କରିବା ପାଇଁ ଏକକାଳୀନ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ପ୍ରତିବର୍ଷ ୫ ଲକ୍ଷ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ।

କୃଷକ ଏବଂ ଭୂମିହୀନ ଶ୍ରମିକଙ୍କ ପାଇଁ ଜୀବନ ବୀମା ସୁବିଧା: ଚାଷୀ ଓ ଭୂମିହୀନ ଚାଷୀଙ୍କ ମୃତ୍ୟୁ ବା ଅକ୍ଷମତା ପରେ ତାଙ୍କର ପରିବାରର ସଦସ୍ୟମାନେ ସମ୍ମୁଖୀନ ହେଉଥିବା ଆର୍ଥିକ ଦୁରାବସ୍ଥା ତଥା ଅନିଶ୍ଚିତତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜୀବନ ବୀମା ସହାୟତାର ବ୍ୟବସ୍ଥା କରାଯାଇଛି। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ଜୀବନ ବୀମା ସୁବିଧା କରାଯାଇଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୧୬୫ ଟଙ୍କା ରାଜ୍ୟ ସରକାର ବହନ କରିବେ। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ଜନିତ ବୀମାର ବ୍ୟବସ୍ଥା ଅଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୬ ଟଙ୍କା ଓ ୫୧ରୁ ୭୦ ବର୍ଷ ବୟସ୍କଙ୍କ ପାଇଁ ସମୁଦାୟ ୧୨ ଟଙ୍କା ରାଜ୍ୟ ସରକାର ବହନ କରିବେ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy