ସ୍କୁଲ ଖୋଲିବା ପ୍ରସଙ୍ଗ; ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0 149

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପାଣିପାଗ ବିଭାଗ ସୂଚନା କୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମ ରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ ।

ଏହି ନିର୍ଦେଶ ଆଗାମୀ 20.6.2024 ପର୍ଯ୍ୟନ୍ତ ବଳବତ୍ତର ରହିବ।

ପାଣିପାଗ ବିଭାଗ ସୂଚନା ଓ ଖୋର୍ଦ୍ଧା ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରି ତଥା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁସାରେ ଆସନ୍ତା ଜୁନ୍ ୧୮ ତାରିଖ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ନେଇ ସମୟ ନିର୍ଘଣ୍ଟ କରାଯାଇଛି ।

ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ସୂଚନା

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy