ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ, ଜାଣନ୍ତୁ 

0 177

ଭୁବନେଶ୍ୱର,(ରିପୋଟର୍ସ ପେନ୍‌): ଦେଶରେ ସାଧାରଣ ନିର୍ବାଚନ ଓ ଓଡ଼ିଶା ସମେତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିସନ । ସାରା ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଓଡ଼ିଶାରେ ଯେଉଁ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ ସେଗୁଡ଼ିକ ହେଲା ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ ।

ମେ ୧୩ : ନୂଆପଡ଼ା, ଖରିଆର, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ,ମାଲକାନଗିରି ଓ ଚିତ୍ରକୋଣ୍ଡା ।

ମେ ୨୦ : ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତାଳସରା, ସୁନ୍ଦରା, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୁରଡ଼ା, ସାନଖେମୁଣ୍ଡି ଓ ହିଞ୍ଜିଳି ।

ମେ ୨୫ : କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେଉଁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡମ୍ବା, ବାଙ୍କୀ, ଆଠଗଡ, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର ମଧ୍ୟ, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡରେ ୨୫ ତାରିଖରେ ମତଦାନ ହେବ ।

ଜୁନ ୧ : ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା,ମୋରଡା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡାରେ ମତଦାନ ହେବ ।

Get real time updates directly on you device, subscribe now.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy