Subhadra Yojana: ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା

Reporterspen

Subhadra Yojana: ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା। ଶେଷ ତାରିଖ ସୁଦ୍ଧା ନୂତନ ଭାବେ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ ପରେ ଆସନ୍ତା ୨୨ ଓ ୨୩ ତାରିଖରେ ଟଙ୍କା ଆସିବା ନେଇ ସେ ସୂଚନା ପ୍ରଦାନ କରିଛନ୍ତି।  ସେ କହିଛନ୍ତି, ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ସୁଭଦ୍ରା ଯୋଜନାରୁ ବାଦ ପଡ଼ିଥିବା ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା।  ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି ।  ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।


Reporterspen
!-- afp header code starts here -->