weather news: ୧୩ ଏପ୍ରିଲରେ ଏହି ୮ଟି ଜିଲ୍ଲାରେ ହେବ ଝଡ଼ବର୍ଷା

Reporterspen

weather news: ଭାରତୀୟ ପାଣିପାଗ ବିଭାଗ (IMD) ରବିବାର ଦିନ ରାଜ୍ୟର ୮ ଜିଲ୍ଲାରେ ବର୍ଷା ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ୪୦-୫୦ କିଲୋମିଟର ବେଗରେ ପବନ ବହିବ। ଏଥି ପାଇଁ ଏକ ପାଣିପାଗ ବିଭାଗ ଏକ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ ବିଭାଗ ଅନୁଯାୟୀ ୧୮ ଏପ୍ରିଲ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏପରି ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୧୩ ଏପ୍ରିଲ ଦିନ ଅପରାହ୍ନ/ସନ୍ଧ୍ୟା ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ସହିତ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଏହି ଆଠଟି ଜିଲ୍ଲା ପାଇଁ ଆଇଏମଡିର ଆଞ୍ଚଳିକ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସମପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସମେତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି IMD କହିଛି।

ପାଣିପାଗ ବିଭାଗ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଗଜପତି, କେଉଁଝର, ନୂଆପଡା, କୋରାପୁଟ, ନବରଙ୍ଗପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।


Reporterspen
!-- afp header code starts here -->